Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୮ ଜଣଙ୍କ ଜୀବନ

8/09/2021 at 9:43 AM

ଭୁବନେଶ୍ୱର ୦୮।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୩୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୮୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts