Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ

28/10/2021 at 12:46 PM

ଶ୍ରୀନଗର୨୮/୧୦: ଜମ୍ମୁ-କାଶ୍ମୀର ସ୍ଥିତ ଡୋଡାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ୮ ଜଣଙ୍କର ମୃତ୍ୟୁ ହେବା ସହ ପାଖାପାଖି୧୫ ଜଣ ଆହତ ହୋଇଛନ୍ତି । ଗୁରୁବାର ସକାଳ ଠଥରୀ-ଡୋଡା ମାର୍ଗରେ ହୋଇଥିବା ସଡ଼କ ର୍ଦୁଘଟଣାରେ ପ୍ରାୟ ୮ ଜଣଙ୍କ ମୃତ୍ୟୁ ହୋଇଛି ।

ସେହିପରି ୧୨ରୁ ଅଧିକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରାଥମିକ ସୂଚନାଥାଉକି, ଗୋଟିଏ ମିନିବସ୍ ଠଥରୀରୁ ଡୋଡା ଅଭିମୁଖେ ଯାଉଥିଲା । ସେହି ସମୟରେ ଗାଡ଼ି ଚାଳକ ଗାଡ଼ି ଉପରୁ ନିଜର ନିୟନ୍ତ୍ରଣ ହରାଇବା ପରେ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଦ୍ଧାର କାର୍ଯ୍ୟରେ ସୁରକ୍ଷାବଳ ମଧ୍ୟ ସହାୟତା କରୁଛନ୍ତି ।

ତେବେ ଏହି ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ସେ ଟୁଇଟ୍ କରି ଜଣାଇଛନ୍ତି । ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଓ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କାର ରାଶି ଦେବା ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।

   Related Posts