Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ପୂର୍ବ ଶତ୍ରୁତାକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ, ୮ ଆହତ

9/06/2021 at 2:41 PM

ଚଣ୍ଡିଖୋଲ ୯।୬: ପୂର୍ବ ଶତ୍ରୁତାକୁ ନେଇ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଉଭୟ ପକ୍ଷରୁ ୮ ଜଣ ଆହତ ହୋଇଥିବା ଜଣାପଡିଛି । ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଂଚୟତ ମଦିନାବାଗ ଗ୍ରାମରେ ।

ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ଧରି କୌଣସି କାରଣରୁ ଏହି ଗ୍ରାମର ମୋଇଉଦିନଙ୍କ ପରିବାର ସହିତ ତାଜମୁଲଙ୍କ ପରିବାର ମଧ୍ୟରେ ଶତ୍ରୁତା ଲାଗି ରହିଥିଲା । ଏହି ଘଟଣାକୁ ନେଇ ତିନି ଦିନ ପୂର୍ବେ ବ୍ରହ୍ମବରଦା ଫାଣ୍ଡିରେ ଅଭିଯୋଗ ହେବା ସହ ଆପୋଷ ସମାଧାନ ହୋଇଥିଲା । ହେଲେ ବୁଧବାର ସକାଳେ କମେଣ୍ଟ ମରାକୁ ନେଇ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହି ଗଣ୍ଡଗୋଳରେ ମୋଟ ୮ ଜଣ ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡିଛି ।

   Related Posts