Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଛତିଶଗଡ ସୁକ୍‌ମାରେ ପୋଲିସ-ମାଓବାଦୀ ଗୁଳିବିନିମୟ ; ୮ ମାଓବାଦୀ ମୃତ, ୨ ଯବାନ ସହିଦ

26/11/2018 at 2:30 PM

ସୁକମା ୨୬|୧୧:  ଛତିଶଗଡ଼ର ସୁକମାରେ ୮ ମାଓବାଦୀଙ୍କର ମୃତ୍ୟୁ ହୋଇଛି । ସୁକମାର ସାକଲାର ଗାଁ ନିକଟରେ ସୁରକ୍ଷାବାହିନୀ ସହିତ ସଂଘର୍ଷରେ ୮ ଜଣ ମାଓବାଦୀ ପ୍ରାଣ ହରାଇଥିବା ବେଳେ ୨ ଜଣ ଯବାନ ସହିଦ ହୋଇଛନ୍ତି । ଛତିଶଗଡ଼ ନିର୍ବାଚନ ପରେ ମାଓବାଦୀ ସଂଗଠନ ଗୁଡ଼ିକ ମେଳି କରୁଥିଲେ । ମାଓବାଦୀ ମାନେ ଏକାଠି ହୋଇ କୌଣସି ବଡ଼ ଆକ୍ରମଣ ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ବେଳେ ସୁରକ୍ଷା ବାହିନୀ ଚଢ଼ଉ କରିଥିଲେ । ଅପରେସନରେ ଏସଟିଏଫ୍, ଡିଆରଜି ଓ କୋବ୍ରା ଯବାନ ମାନେ ସାମିଲ ହୋଇଥିଲେ । ୮ ଜଣ ମାଓବାଦୀ ପ୍ରାଣ ହରାଇଥିବା ବେଳେ ୨ ଜଣ ଯବାନ ସହିଦ ହୋଇଛନ୍ତି । ସହିଦ ୨ ଜଣ ଯବାନ ଛତିଶଗଡ଼ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ-ଡିଆରଜିର ବୋଲି ସୁକମା ଏସପି ଅଭିଷେକ ମୀନା ସୂଚନା ଦେଇଛନ୍ତି । ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ସେଠାରେ କମ୍ବିଂ ଓ ସର୍ଚ୍ଚ ଅପରେସନ ଜାରି ରହିଛି।

   Related Posts