Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଜମିଜମା ବିବାଦ : ବଡ ଭାଇର ତୀର ମାଡରେ ସାନ ଭାଇ ଗୁରୁତର

12/05/2020 at 7:49 AM

ଉଦଳା ୧୨।୫: ବଡ ଭାଇ ତୀର ମାଡରେ ସାନଭାଇ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ଶରତ ଥାନା ଅନ୍ତର୍ଗତ ହୁଡିସାହି ଗ୍ରାମରେ । ହୁଡିସାହି ଗ୍ରାମର ବଡଭାଇ ମାନସିଂ ହେମ୍ବ୍ରମ ତାଙ୍କର ସାନଭାଇ ଶିବନ ହେମ୍ବ୍ରମଙ୍କୁ ତୀର ମାଡ କରିଛି । ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା । ପୂର୍ବରୁ ଏହି ଦୁଇ ଭାଇଙ୍କ ମଧ୍ୟରେ ଜମିଜମାକୁ ନେଇ ବିବାଦ ରହିଥିଲା ।

ସୂଚନାଯୋଗ୍ୟ ଯେ, ଗତକାଲି ରାତି ସମୟରେ ଶିବନ ଘରେ ଶୋଇଥିବା ବେଳେ ଜମିଜମା ଘଟଣାକୁ କେନ୍ଦ୍ର କରି ବଡଭାଇ ମାନସିଂ ତାଙ୍କୁ ତୀର ମାଡ କରିଥିଲେ। ତୀରଟି ଶିବନଙ୍କ ଛାତିରେ ପଶିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଶରତ ପୋଲିସ ବଡଭାଇ ମାନସିଂଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି । 

   Related Posts