ଭୁବନେଶ୍ବରରେ ନିର୍ବାଚନ କମିଶନଙ୍କ ୬ ଜଣିଆ ଟିମ୍; ଆଜି ସବୁ ରାଜନୈତିକ ଦଳ ସହ ବୈଠକ

Published By : Prameya-News7 Bureau | February 14, 2019 IST

ଭୁବନେଶ୍ବର ୧୪|୨: ଭୁବନେଶ୍ବରରେ ନିର୍ବାଚନ କମିଶନ୍ ଟିମ୍ । ନିର୍ବାଚନ କମିଶନର୍ ଅଶୋକ ଲାଭାସାଙ୍କ ନେତୃତ୍ବରେ ୬ ଜଣିଆ ଟିମ୍ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସାଧାରଣ ନିର୍ବାଚନ ପ୍ରସ୍ତୁତି ନେଇ ନିର୍ବାଚନ କମିଶନର୍ ୨ ଦିନ ଧରି ଭୁବନେଶ୍ବରରେ ସମୀକ୍ଷା କରିବେ । ଆଜି ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ପୃଥକ ଭାବେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଜିଲ୍ଲାସ୍ତରର ନିର୍ବାଚନ ଅଧିକାରୀ, ଏସ୍.ପି, ପୋଲିସ ଆଇ.ଜି ଓ ୩ ରାଜସ୍ବ ଆୟୋଗଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ । 

ଏହାସହିତ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନିର୍ବାଚନ ପ୍ରସ୍ତୁତି ଅନୁଧ୍ୟାନ କରିବେ । ପୋଲିସ, ନୋଡାଲ୍ ଅଫିସର୍ ଓ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀ ମୁଖ୍ୟଙ୍କ ସହ ମଧ୍ୟ ଟିମ୍ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ନିର୍ବାଚନ କମିଶନର୍ ,ରାଜ୍ୟ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଆଇନ ସଚିବ ଓ କେନ୍ଦ୍ରୀୟ ଅଧିକାରୀଙ୍କ ସହ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିବେ । ଏହା ପରେ ଅପରାହ୍ନରେ ନିର୍ବାଚନ କମିଶନର ସାମ୍ବାଦିକ ସମ୍ମିଳନୀ କରିବା ନେଇ କାର୍ଯ୍ୟକ୍ରମ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.