ବିଶିଷ୍ଟ ସ୍ନାୟୁରୋଗ ବିଶେଷଜ୍ଞ ଡକ୍ଟର ସନାତନ ରଥଙ୍କ ପରଲୋକ

Published By : Prameya-News7 Bureau | June 09, 2020 IST

କଟକ ୯।୬: ବିଶିଷ୍ଟ ସ୍ନାୟୁରୋଗ ବିଶେଷଜ୍ଞ ଡକ୍ଟର ସନାତନ ରଥଙ୍କ ପରଲୋକ ହୋଇଛି । କଟକ କନିକା ଛକ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ଜଣେ ସ୍ନାୟୁରୋଗ ବିଶେଷଜ୍ଞ ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ସେ ବେଶ୍ ଖ୍ୟାତି ଅର୍ଜନ କରିଥିଲେ । ବିଦେଶରେ ମଧ୍ୟ ତାଙ୍କର ନାଁ ଥିଲା । ଜଣେ ବିଶିଷ୍ଟ ସମାଜସେବୀ ଭାବେ ମଧ୍ୟ ସେ ପରିଚିତ ଥିଲେ ।

ସନାତନ ରଥ ୧୯୩୪ ମସିହା ଜୁଲାଇ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ୧୯୫୭ ମସିହାରେ ଉତ୍କଳ ବିଶ୍ବବିଦ୍ୟାଳୟରୁ ଏମବିବିଏସ୍ ଡିଗ୍ରୀ ହାସଲ କରିଥିଲେ । ୧୯୬୨ରେ ପାଟନା ବିଶ୍ବବିଦ୍ୟାଳୟର ସର୍ଜରି ବିଭାଗରୁ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ । ଏହାପରେ ୧୯୬୫ରେ ସେ ଭେଲୋର୍ ମେଡିକାଲ୍ କଲେଜରୁ ନ୍ୟୁରୋସର୍ଜରୀରେ ସ୍ନାତକୋତ୍ତର କରିଥିଲେ । ୧୯୬୫ ମସିହାରେ କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ସେ ସହକାରୀ ପ୍ରଫେସର ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । ୧୯୯୧ ମସିହାରେ ଡକ୍ଟର ରଥ ଡିଏମ୍ଇଟିର ନିର୍ଦ୍ଦେଶକ ଭାବେ ଅବସର ଗ୍ରହଣ କରିଥିଲେ ।

ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.