Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଶୋପିୟାନରେ ଏନକାଉଣ୍ଟର : ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷାକର୍ମୀ

10/11/2020 at 7:57 AM

ଶ୍ରୀନଗର ୧୦/୧୧: ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଯାଇଛି। ଶୋପିୟାନର କୁତପୋରା ଅଞ୍ଚଳରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କୁ ଘେରିଛନ୍ତି। ଦୁଇ ପଟୁ ଫାୟାରିଂ ଚାଲିଛି। କୁହାଯାଉଛି ଯେ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦୀମାନେ ଲୁଚି ରହିଥିବାର ଇନପୁଟ୍ ମିଳିଥିଲା। ଏହା ପରେ ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀମାନେ ଫାୟାରିଂ ଆରମ୍ଭ କରି ଦେଇଥିଲେ।

ଜାମ୍ମୁ-କାଶ୍ମୀର ପୋଲିସ ସହ ସିଆରପିଏଫ ଏବଂ ସେନାର ଯବାନ ଏନକାଉଣ୍ଟର କରୁଛନ୍ତି। ଏହା ପୂର୍ବରୁ ସୁରକ୍ଷାକର୍ମୀ ପୁଲଓ୍ବାମାର ମେଜ ପମ୍ପୋରରେ ଗୁଳି ବିନିମୟ ସମୟରେ ୨ଜଣ ଆତଙ୍କବାଦୀଙ୍କୁ ନିହତ କରିଥିବାବେଳେ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଥିଲା। ଏହି ଏନକାଉଣ୍ଟର ସମୟରେ ୨ଜଣ ସ୍ଥାନୀୟ ଲୋକ ମଧ୍ୟ ଆହତ ହୋଇଥିଲେ,ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା।

   Related Posts