Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ଜାମ୍ମୁ-କାଶ୍ମୀର : ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ, ଲୁଚି ରହିଛନ୍ତି ୪ ରୁ ୫ ଆତଙ୍କୀ

3/04/2021 at 4:18 PM

ଶ୍ରୀନଗର ୦୩/୦୪ : ଜାମ୍ମୁ-କାଶ୍ମୀରର ଶୋପିଆନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ଜାରି ରହିଛି । ସଂପୃକ୍ତ ଅଞ୍ଚଳରେ ୪ ରୁ ୫ ଜଣ ଆତଙ୍କବାଦୀ ଲୁଚି ରହିଛନ୍ତି । ସେନା ପକ୍ଷରୁ ସର୍ଚ୍ଚ ଅପରେସନ ମଧ୍ୟ ଜାରି ରହିଛି ।

ସୂଚନା ଅନୁସାରେ, ଶୋପିଆନରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷା କର୍ମୀଙ୍କୁ ଖବର ମିଳିଥିଲା । ଏହା ପରେ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀମାନେ ପ୍ରଥମେ ଭାରତୀୟ ଯବାନଙ୍କ ଉପରେ ଗୁଳି ମାଡ ଆରମ୍ଭ କରିଥିଲେ । ଭାରତୀୟ ସେନା ପକ୍ଷରୁ ମଧ୍ୟ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି ।

ସୂଚନାଯୋଗ୍ୟ, ଭାରତୀୟ ସେନା ପକ୍ଷରୁ ଲଗାତାର ଭାବେ ଆତଙ୍କୀ ଦମନ ଅଭିଯାନ ଜାରି ରହିଛି । ଶୁକ୍ରବାର ପୁଲଓ୍ବାମାର କାକାପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିପାତ ହୋଇଥିଲେ । ଏହା ସହିତ ଆତଙ୍କବାଦୀଙ୍କ ଲକ ଆଡ୍ଡାକୁ ମଧ୍ୟ ଧ୍ବଂସ କରିଥିଲା ସେନା ।

ସେହିଭଳି ଗତ ଶନିବାର ଦିନ ଶୋପିଆନ୍‌ ବନଗାମରେ ସୁରକ୍ଷାବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମାଡ ହୋଇଥିଲା । ଯେଉଁଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ଗୁଳିମାଡରେ ଜଣେ ଯବାନ ମଧ୍ୟ ଶହୀଦ ହୋଇଥିଲେ ।

   Related Posts