Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ବାନ୍ଦୀପୋରାରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ସେନା ଗୁଳିରେ ଟଳିଲେ ୨ ଆତଙ୍କବାଦୀ

24/07/2021 at 10:31 AM

କାଶ୍ମୀର ୨୪/୭: ଜାମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀକୁ ବଡ଼ ସଫଳତା । ବାନ୍ଦୀପୋରାରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ ହେବାରୁ ସେନା ଗୁଳିରେ ଟଳିଛନ୍ତି ୨ ଆତଙ୍କବାଦୀ । ୨ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ । ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି । ବାନ୍ଦୀପୋରାର ସୋକବାବା ଜଙ୍ଗଲରେ ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା ।

ଏହାପରେ ବାନ୍ଦୀପୋରା ପୋଲିସ, ସେନାର ୧୩ ଏବଂ ୧୪ ଆରଆର ଓ ସିଆରପିଏଫ୍ ଯବାନଙ୍କ ଏକ ଜଏଣ୍ଟ ଟିମ୍ ସର୍ଚ୍ଚ ଅପରେଶନ କରିଥିଲା। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚାଳନା କରିଥିଲେ । ଫଳରେ ସୁରକ୍ଷାବାହିନୀ ଏହାର ପ୍ରତି ଜବାବ ଦେଇଥିଲା । ଫଳରେ ସେନା ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ମୃତ ଆତଙ୍କୀଙ୍କ ପରିଚୟ ମିଳିପାରି ନାହିଁ । ସ୍ଥାନୀୟ ଅଞ୍ଚଳରେ ଏବେ ସର୍ଚ୍ଚ ଅପରେଶନ ଜାରି ରହିଛି।

   Related Posts