Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ସୋପାରରେ ଏନ୍‌କାଉଣ୍ଟର : ୨ଆତଙ୍କୀ ନିହତ, ଇଣ୍ଟରନେଟ୍‌ ସେବା ବନ୍ଦ

25/06/2020 at 8:26 AM

ଶ୍ରୀନଗର ୨୫।୦୬: ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଅପରେସନ ଅଲ୍‌ଆଉଟ୍‌ ଜାରି ରହିଛି । ଜାମ୍ମୁ-କାଶ୍ମୀରର ସୋପାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଏନ୍‌କାଉଣ୍ଟର ଜାରି ରହିଛି । ଏନ୍‌କାଉଣ୍ଟରେ ୨ଜଣ ଆତଙ୍କୀ ନିହତ ହୋଇଥିବା ଜଣାପଡିଛି । ସେନା ଓ ସ୍ଥାନୀୟ ପୋଲିସ ପକ୍ଷରୁ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, ସୋପାର ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ସେନା ଓ ପୋଲିସକୁ ମିଳିଥିଲା । ଖବର ମିଳିବା ମାତ୍ରେ ସେନା ଓ ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଦେଇଥିଲେ । ଲୁଚି ରହିଥିବା ଅଞ୍ଚଳକୁ ସେନା ପୁରା ଘେରି ଯାଇଥିଲା , ଏବଂ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଲୁଚି ରହିଥିବା ଆତଙ୍କୀଙ୍କୁ ଆତ୍ମସମର୍ପଣ କରିବାକୁ ସେନା ପକ୍ଷରୁ କୁହାଯାଇଥିଲା । କିନ୍ତୁ ସେମାନେ ଆତ୍ମସମର୍ପଣ କରିବେ କଣ ଓଲଟା ଗୁଳି ଚାଳନା କରିଥିଲେ । ସେନା ମଧ୍ୟ ଏହାର ଦୃଢ ଜବାବ ଦେଇଥିଲା ।

 ବହୁ ସମୟ ଧରି ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ସେନା ଗୁଳିରେ ୨ ଆତଙ୍କୀ ନିପାତ ହୋଇଥିବା ଜଣାପଡିଛି । ଅଞ୍ଚଳରେ ଚାଲିଥିବା ଏହି ସର୍ଚ୍ଚ ଅପରେସନରେ ସୋପାର ପୋଲିସ, ୨୨ଆରଆର୍‌ ଓ ସିଆର୍‌ପିଏଫ୍‌ ଜବାନ ରହିଛନ୍ତି । ପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ୨ ରୁ ୩ ଆତଙ୍କୀ ଲୁଚିରହିଥିବା ମଧ୍ୟ ଆଶଙ୍କା କରାଯାଉଛି । ତେବେ ପୁରା ଅଞ୍ଚଳରେ ଇଣ୍ଟରନେଟ୍ ସେବାକୁ କିଛି ସମୟ ପାଇଁ ବନ୍ଦ କରାଯାଇଛି । ସେହିପରି ଏହାପୂର୍ବରୁ ୨୩ଜୁନ୍‌ରେ ପୁଲଓ୍ୱାମାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କୀ ନିପାତ ହୋଇଥିଲେ । କିନ୍ତୁ ସିଆର୍‌ପିଏଫ୍‌ର ଜଣେ ଯବାନ ସହିଦ ହୋଇଯାଇଥିଲା ।

   Related Posts