Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ସିର୍ଲା ଜଙ୍ଗଲରେ ଗୁଳିବିନିମୟ : ସୁରକ୍ଷାକର୍ମୀ ଗୁଳିରେ ୪ କ୍ୟାଡର ମାଓବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

5/07/2020 at 10:25 AM

ଫୁଲବାଣୀ ୦୫।୦୭: ଜଙ୍ଗଲରେ ପୁଣି ପୋଲିସ-ମାଓବାଦୀ ଗୁଳିବିନମୟ । କନ୍ଧମାଳ ଜିଲ୍ଲା ପୁଲିସର ଏସ୍‌ଓଜି ଓ ଡିଭିଏଫର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଗତକାଲି ରାତିରେ ତୁମୁଡିବନ୍ଧ ବ୍ଳକ ସିର୍ଲା ପଂଚାୟତର ବଙ୍ଗରୁ ପାହାଡ ଉପରେ  ମିଳିତ ଟିମ୍ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଉଥିଲା । କିନ୍ତୁ ସର୍ଚ୍ଚ ଅପରେସନ ସମୟରେ ପୋଲିସ-ମାଓବାଦୀ ମୁହାମୁହିଁ ହୋଇଥିଲା । ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ତେବେ ମାଓବାଦୀମାନେ ଅଧିକ ସମୟ ପୁଲିସ୍ ର ମୁକାବିଲା କରି ନପାରି ଅନ୍ଧାରର ସୁଯୋଗରେ ଛତ୍ରଭଙ୍ଗ ଦେଇ ଘଞ୍ଚ ଜଙ୍ଗଲ ମଧ୍ୟକୁ ଫେରାର ହୋଇଯାଥିଲେ।

ଆଜି ସକାଳୁ ଏସଓଜି ଟିମ୍ ସର୍ଚ୍ଚ କରି ଏକ ମାଓ କ୍ୟାମ୍ପ ଠାବ କରିବା ସହ ୪ ଜଣ ମାଓବାଦୀଙ୍କ ମୃତ ଶରୀର ଠାବ କରିଥିବା ସୂଚନା ମିଳିଛି । ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ସମ୍ପୂର୍ଣ୍ଣ ତଥ୍ୟ ଏପର୍ଯ୍ୟନ୍ତ ହସ୍ତଗତ ହୋଇ ନଥିବା ଏସପି ପ୍ରତିକ୍ ସିଂ ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ଆସନ୍ତା ୨୬ ତାରିଖରୁ ଜିଲ୍ଲାରେ କାର୍ଯ୍ୟ କରୁଥିବା ମାଓବାଦୀ ସଂଗଠନ କେକେବିଏନ ସହିଦ ସପ୍ତାହ ପାଳନ କରିବାକୁ ଯାଉଛି। ଏହି ଅବସରରେ ଜିଲ୍ଲାରେ ବଡ ଧରଣର ଅଘଟଣ ଘଟାଇବାର ଯୋଜନା ସଂଗଠନ କରିଛି। ଏଭଳି ସୂଚନା ପାଇବା ପରେ କନ୍ଧମାଳ ପୁଲିସ୍ ଜିଲ୍ଲା ରେ ଜୋରଦାର କୁମ୍ବିଂ ଅପରେସନ ଜାରି ରଖିଛି। ୪ ଦିନ ତଳେ ଫିରିଙ୍ଗିଆ ଜଙ୍ଗଲରେ କୁମ୍ବିଂ ଅପରେସନ ବେଳେ ଏକ ମାଓ କ୍ୟାମ୍ପ ଠାବ କରିବା ସହ ବିପୁଳ ପରିମାଣର  ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିଲା । କିନ୍ତୁ  ଶିବିରରେ ଥିବା କ୍ୟାଡର ମାଓବାଦୀ ଦାସୁଲୁ,  ଆକାଶ ପ୍ରମୁଖ ଫେରାର ହେବାରେ ସଫଳ ହୋଇଥିଲେ।

   Related Posts