ଜମ୍ମୁକାଶ୍ମୀର ସୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ଜାରି

Published By : Prameya-News7 Bureau | March 22, 2019 IST

ଶ୍ରୀନଗର ୨୨|୩ :  ଜମ୍ମୁକାଶ୍ମୀର ସୋପିଆନର ଇମାମ ସାହାବ ଅଞ୍ଚଳରେ ଏନକାଉଣ୍ଟର । ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ସଂପୃକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ସର୍ଚ୍ଚ ଅପରେସନ ଚଳାଇଥିଲେ ସୁରକ୍ଷାକର୍ମୀ । ଫଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ଜବାବରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କ ଉପରକୁ ଗୁଳି ଚଳାଇଥିଲେ । ଏକ ଘରେ ଦୁଇରୁ  ତିନି ଜଣ ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଇଛି। ଉଭୟ ପଟୁ ଗୁଳିବିନିମୟ ଜାରି ରହିଛି। ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରି ତଲାସି ଅଭିଯାନ ଚଳାଇଛି ସେନା।

ସୋପିଆନରେ ଗତ ୨୪ ଘଣ୍ଟା ମଧ୍ୟରେ ୪ଟି ଏନକାଣ୍ଟର ହୋଇଛି। ଅନ୍ୟପଟେ ବାରାମୁଲ୍ଲାର କଲନ୍ତରା ଅଂଚଳରେ ହୋଇଥିବା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହାସହ ୩ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.