Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ପୂର୍ବତନ ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକଙ୍କ ମୃତ୍ୟୁ ମାମଲା: ଏସ୍‌ଡିଜେଏମ୍‌ କୋର୍ଟରେ ଏସ୍‌ପି ଏବଂ ଥାନା ଅଧିକାରୀଙ୍କ ନାଁରେ ଏତଲା

29/01/2021 at 9:15 AM

ମାଲକାନଗିରି୨୯/୧:  ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ  ପିଏ ବା ବ୍ୟକ୍ତିଗତ ସହାୟକ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ ନେଇଛି। ମୃତ ଦେବ ନାରାୟଣଙ୍କ ସ୍ତ୍ରୀ ବନଜା ପଣ୍ଡା ଗତକାଲି ମାଲକାନଗିରି ଏସ୍‌ପି ରିଶିକେଷ ଖିଲାରି ଓ ଆଦର୍ଶ ଥାନା ଆଇଆଇସି ରାମ ପ୍ରସାଦ ନାଗଙ୍କ ନାମରେ ମାଲକାନଗିରି ଏସଡିଜେଏମ କୋର୍ଟରେ ଏତଲା ଦେଇଛନ୍ତି।

ପୂର୍ବରୁ ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଛି । ଘଟଣାର ତଦନ୍ତ ଠିକ ରୂପେ ହେଉନଥିବାରୁ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାର ତଦନ୍ତ ଭାର ସିବିଆଇକୁ ଦେବା ପାଇଁ ତାଙ୍କ ସ୍ତ୍ରୀ ଅନୁରୋଧ କରିଛନ୍ତି । ହେଲେ ରାଜ୍ୟ ସରକାର ଏହି ଘଟଣାର ତଦନ୍ତ କରିବା ଲାଗି କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts