Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା : ପୂର୍ବତନ ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ

26/10/2020 at 11:02 AM

ନୂଆଦିଲ୍ଲୀ ୨୬।୧୦: କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ । ରାୟ ଶୁଣାଇଛନ୍ତି ସ୍ପେଶାଲ ସିବିଆଇ କୋର୍ଟ । ଦିଲ୍ଲୀର ରାୟଙ୍କ ସହ ଅନ୍ୟ ତିନି ଜଣ ଦୋଷୀଙ୍କୁ ମଧ୍ୟ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି । ଏହି ମାମଲାରେ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ ଦିଲ୍ଲୀପ ରାୟ । ପୂର୍ବରୁ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ ।

ସୂଚନାଯୋଗ୍ୟ ଯେ, ୧୯୯୯ ମସିହାରେ ଝାଡଖଣ୍ଡର ଗିରିଡିହ ସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ ଦିଲ୍ଲୀପଙ୍କ ସମେତ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଅକ୍ଟୋବର ୧୪ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ସିବିଆଇ ଓ ଅଭିଯୁକ୍ତମାନଙ୍କର ଓକିଲମାନଙ୍କ ପକ୍ଷରୁ ଦଣ୍ଡବିଧାନକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା।

ସିବିଆଇ ଓକିଲ ଅଭିଯୁକ୍ତମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଯୁକ୍ତି ବାଢ଼ିଥିଲେ ଏବଂ ପ୍ରତିପକ୍ଷଙ୍କ ଆଇନଜୀବୀମାନେ ଅଭିଯୁକ୍ତଙ୍କ ବୟସ ତଥା ପୂର୍ବରୁ କୌଣସି ଅପରାଧିକ ରେକର୍ଡ ନଥିବା କାରଣରୁ ସେମାନଙ୍କ ବିରୋଧରେ କୋହଳ ଦଣ୍ଡ ଘୋଷଣା କରିବାକୁ ନିବେଦନ କରିଥିଲେ । ସିବିଆଇ ସ୍ବତନ୍ତ୍ର କୋର୍ଟର ବିଚାରପତି ଭରତ ପରାସର ଉଭୟ ପକ୍ଷକୁ ଶୁଣିବା ପରେ ରାୟକୁ ସଂରକ୍ଷିତ ରଖିବା ସହିତ ସମସ୍ତ ଦୋଷୀଙ୍କୁ କୋର୍ଟରେ ଉପସ୍ଥିତ ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଏମାନଙ୍କ ବ୍ୟତୀତ ଝାଡ଼ଖଣ୍ଡର ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ ଖେଡାଙ୍କୁ ଦୋଷୀ ସାବ୍ୟସ୍ତ ସହ ୩ବର୍ଷ ଜେଲ ଏବଂ ୨୫ ଲକ୍ଷ ଟଙ୍କା ଜରିମନା କରାଯାଇଥିଲା । ସେହିପରି ପୂର୍ବତନ ଖଣି ସଚୀବ ଏଚ ସି ଗୁପ୍ତାଙ୍କୁ ମଧ୍ୟ ୩ ବର୍ଷ ଜେଲ ଓ ୧ ଲକ୍ଷ ଟଙ୍କା ଜରିମନା କରାଯାଇଥିଲା ।

   Related Posts