Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ବରିଷ୍ଠ କଂଗ୍ରେସ ନେତା ଗୁରୁପଦ ନନ୍ଦଙ୍କ ପରଲୋକ

20/10/2020 at 1:48 PM

ରାଉରକେଲା ୨୦।୧୦: ବରିଷ୍ଠ କଂଗ୍ରେସ ନେତା ଗୁରୁପଦ ନନ୍ଦଙ୍କ ପରଲୋକ । ୭୭ ବର୍ଷ ବୟସରେ ଗୁରୁପଦଙ୍କ ପରଲୋକ ହୋଇଛି । ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । 

ଅପ୍ରେଲ ୮, ୧୯୪୬ରେ କଟକ ସହରରେ ଜନ୍ମଗ୍ରହଣ କରିଥିଲେ ଗୁରୁପଦ । ୧୯୬୯ରେ ଛାତ୍ରନେତା ଭାବେ ସେ ଅଲ୍‌ ଓଡିଶା ଷ୍ଟୁଡେଣ୍ଡ ୟୁନିୟନ ନାମରେ ଏକ ସଂଗଠନ ଗଠନ କରିଥିଲେ । ପରେ ପରେ ସେ ୧୯୭୨ରେ କଂଗ୍ରେସ ଦଳରେ ଯୋଗଦେଇଥିଲେ । ଏହାପରେ ଆରମ୍ଭ ହୋଇଥିଲେ ଗୁରୁପଦଙ୍କ ରାଜନୈତିକ କ୍ୟାରିୟର । ଦଳର ତାଙ୍କ ଅଭିଜ୍ଞତାକୁ ଦେଖି ରାଜ୍ୟ ଯୁବ କଂଗ୍ରେସର ସଭାପତି ଭାବେ ଦାୟିତ୍ୱ ଦିଆଯାଇଥିଲା ।

ଗୁରୁପଦ ନନ୍ଦ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ । ୧୯୮୦ରେ କଂଗ୍ରେସରୁ  ଟିକେଟ୍‌ ପାଇ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେ ସରକାରୀ ଦଳର  ମୁଖ୍ୟ ସଚେତକ ଭାବେ ବି ଦାୟିତ୍ୱ ନିର୍ବାହ କରିଥିଲେ । କଟକ ଜିଲ୍ଲା କଂଗ୍ରେସର ଗୁରୁପଦ ସଭାପତି ଥିଲେ । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ଗୁରୁପଦଙ୍କ ବିୟୋଗରେ ପିସିସି ସଭାପତି ଶୋକ ପ୍ରକାଶ କରିଛନ୍ତି ।

   Related Posts