Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଅବକାରୀ ବିଭାଗ ପକ୍ଷରୁ ଚଢାଉ, ବିପୁଳ ପରିମାଣର ମଦ ଜବତ ସହ ପୋଚ ନଷ୍ଟ

22/07/2020 at 11:39 AM

ଆଠଗଡ ୨୨।୭: ଆଠଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢାଉ ଆଠଗଡ଼ ଥାନା ଅନ୍ତର୍ଗତ ତାଳବସ୍ତ ଏବଂ କୋରଙ୍ଗା ଗ୍ରାମରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ମଦ ଜବତ କରିବା ସହ ପୋଚ ନଷ୍ଟ କରାଯାଇଛି । କୋରଙ୍ଗା ଗ୍ରାମରେ ଏହି  ଦେଶୀ ମଦ ଭାଟି ଆଠଗଡ଼ ପୋଲିସ ପ୍ରଶାସନର ନାକ ତଳେ ଚାଲିଥିବା ବେଳେ ଏଠାରେ ବେଧଡକ୍ ରାସ୍ତା କଡ଼ରେ ଖୁଲମଖୁଲା ଚାଲିଛି ଏହି ମଦ ରନ୍ଧା । ଏହାକୁ ବିରୋଧ କରି ଶିକ୍ଷିତ ଯୁବପିଢୀ ଓ ବୁଦ୍ଧିଜୀବୀ ମହଲରେ କ୍ଷୋଭ ପ୍ରକାଶ କରିବା ସହ ଏମିତି ଅଭିଯୋଗ କରିବା ଫଳରେ ତାଙ୍କ ଜୀବନ ପ୍ରତି ବିପଦ ଥିବା କହିଛନ୍ତି ଅଞ୍ଚଳବାସୀ ।

ଆଠଗଡ଼ ଅବକାରୀ ନିରୀକ୍ଷକ ସଞ୍ଜିତ କୁମାର ବାର୍ଲାଙ୍କ ନେତୃତ୍ବରେ ୧୩ଟି ମଦ ଭାଟି ଉପରେ ଚଢ଼ାଉ କରାଯାଇ ୮୦୫ ଲିଟର ଦେଶୀ ରନ୍ଧା ମଦ ଜବତ କରାଯିବା ସହିତ ୧୦୬୭୫ ଲିଟର ପୋଚ ନଷ୍ଟ କରାଯାଇଛି । ଏହି ଘଟଣାରେ କାହାକୁ ଗିରଫ କରାଯାଇନାହିଁ । ଖବର ପାଇ ମଦ ରାନ୍ଧୁଥିବା ଲୋକ ସେଠାରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଏହି ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସଦର ଅବକାରୀ କଟକ ଜିଲ୍ଲା ମୋବାଇଲ ୟୁନିଟ୍ ସହିତ କଟକ ଏବଂ ଢେଙ୍କାନାଳ ଜିଲ୍ଲାର ଅନ୍ୟାନ୍ୟ କର୍ମଚାରୀମାନେ ସାମିଲ ହୋଇଥିଲେ ।

   Related Posts