Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ବଢିବ କି ତୈଳ ଦର ? ପେଟ୍ରୋଲ ଓ ଡିଜେଲ ଉପରେ କୃଷି ସେସ୍ ଲଗାଇଲେ ସରକାର

1/02/2021 at 2:37 PM

ନୂଆଦିଲ୍ଲୀ,୦୧/୦୨:   ଦେଶରେ ହୁହୁ ହୋଇ ବଢୁଛି ତୈଳ ଦର । ଉଭୟ ପେଟ୍ରୋଲ ଓ ଡିଜେଲ ଦର ଖାଉଟିଙ୍କ ପାଇଁ ମୁଣ୍ଡବ୍ୟଥା ପାଲଟିଲାଣି । କିଛି ସ୍ଥାନରେ ୧୦୦ ଟଙ୍କା ଉପରେ ପହଁଚିଲାଣି ପେଟ୍ରୋଲ । ଏବେ ଖାଉଟିଙ୍କ ପାଇଁ ଆଉ ଏକ ଖରାପ ଖବର ଆସିଛି । ଚଳିତ ସାଧାରଣ ବଜେଟରେ ସରକାର ପେଟ୍ରୋଲ ଓ ଡିଜେଲ ଉପରେ କୃଷି ସେସ୍ ଲଗାଇବା ପାଇଁ ଘୋଷଣା କରିଛନ୍ତି ।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟରେ ପେଟ୍ରୋଲ ଉପରେ ୨.୫୦ ଓ ଡିଜେଲ ଉପରେ ୪ ଟଙ୍କାର କୃଷି ସେସ୍ ଲାଗିବ ବୋଲି କହିଛନ୍ତି । ଏହା ଦ୍ୱାରା ଗ୍ରାହକଙ୍କ ଉପରେ ସିଧା ପ୍ରଭାବ ପଡିବ ନାହିଁ । କିନ୍ତୁ ଭବିଷ୍ୟତରେ ଗ୍ରାହକଙ୍କ ଉପରେ ଏହାର ପ୍ରଭାବ ପଡିପାରେ ବୋଲି ଆଶଙ୍କା କରାଯାଉଛି ।

ସୂଚନାଯୋଗ୍ୟ, ଗତ ୧୦ ମାସ ମଧ୍ୟରେ ପେଟ୍ରୋଲ ଦର ୧୬ ଟଙ୍କା ଓ ଡିଜେଲ ଦାମ ଲିଟର୍ ପିଛା ୧୪ ଟଙ୍କା ବୃଦ୍ଧି ପାଇଛି । କିଛିଦିନ ତଳେ ରାଜସ୍ଥାନ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଲାଗୁ ଥିବା ଭାଟରେ ୨ ଟଙ୍କା ହ୍ରାସ କରିଥିଲେ । ସରକାରଙ୍କ ତରଫରୁ ସୋମବାର ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି ।

   Related Posts