Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ବାଇକ୍‌ରେ ଚାଲିଥିଲା ନକଲି ଜର୍ଦ୍ଦାର ଚୋରା କାରବାର୍‌, ପର୍ଦ୍ଦାଫାଶ କଲା ପୋଲିସ

20/07/2021 at 1:37 PM

ଚଣ୍ଡିଖୋଲ ୨୦।୦୭: ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ । ଘଟଣାରେ ୩ଜଣଙ୍କୁ ଗିରଫ କରିଛି ପୋଲିସ । ଯାଜପୁର ଜିଲ୍ଲା ଚଣ୍ଡଖୋଲ ଛକ ନିକଟରୁ ନକଲି ଜର୍ଦ୍ଦା ଜବତ କରିଛି ପୋଲିସ । ଅଧିକ ତଥ୍ୟ ହାସଲ ପାଇଁ ଗିରଫ ବ୍ୟକ୍ତିଙ୍କୁ ପଚରାଉଚରା ଜାରି ରଖିଛି ପୋଲିସ ।

ଖବର ଅନୁଯାୟୀ, ଧାମନଗରରୁ କଟକ ଅଭିମୁଖେ ୨ଟି ବାଇକ୍‌ ଯୋଗେ ୩ଜଣ ନକଲି ଜର୍ଦ୍ଦା ନେଇ ଯାଉଥିଲା । କୌଣସି ସୁତ୍ରରୁ ପୋଲିସ ଖବର ପାଇ ଯାଜପୁର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଚଣ୍ଡିଖୋଲ ଛକ ନିକଟରେ ଅଟକାଇଥିଲେ । ଚଣ୍ଡିଖୋଲ ଫାଣ୍ଡି ପୋଲିସ ଗାଡ଼ିକୁ ଚେକିଂ କରିବା ସମୟରେ ବିପୁଳ ପରିମାଣର ନକଲି ଜର୍ଦ୍ଦା କରିଛି ।

ଏହାସହ ଘଟଣାରେ ୩ଜଣଙ୍କୁ ଗିରଫ କରିବା ସହ ବାଇକ୍‌ ଜବତ କରିଛି ପୋଲିସ । ବିଭିନ୍ନ ନାମୀ ଦାମୀ କମ୍ପାନୀର ନକଲି ଜର୍ଦ୍ଦା ବ୍ରାଣ୍ଡ ବ୍ୟବହାର କରି ବିଭିନ୍ନ ସ୍ଥାନକୁ ବିକ୍ରି କରାଯାଇଥାଏ । ତେବେ ଜବତ ହୋଇଥିବା ନକଲି ଜର୍ଦ୍ଦାର ଆନୁମାନିକ ମୁଲ୍ୟ ୨ଲକ୍ଷ ଚଙ୍କା ହେବ ବୋଲି ଜଣାପଡିଛି । ଏନେଇ ଅଧିକ ତଦନ୍ତ ଜାରି ରହିଛି ବୋଲି ଯାଜପୁର ଏସ୍‌ଡିପିଓ ଚିନ୍ମୟ ନାୟକ କହିଛନ୍ତି ।

   Related Posts