Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଚାଷ ଜମିରେ ବିଷ ପିଇଦେଲେ ଚାଷୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

1/10/2021 at 4:23 PM

ଦେବଗଡ ୧।୧୦: ପୁଣି ଜଣେ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ । ଦେବଗଡ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ଦୁଧିଆନାଳୀ ଗ୍ରାମରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଚାଷୀ ।

ସୂଚନାଯୋଗ୍ୟ ଯେ, ଦେବଗଡ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ଦୁଧିଆନାଳୀ ଗ୍ରାମର ଚାଷୀ ବିମ୍ବାଧର ଭୋଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଶୁକ୍ରବାର ଦିନ ସକାଳେ ଜମି ହିଡରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୁର୍ଲା ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ବିମ୍ବାଧର ଏକ ଏକର ଜମିରେ ଧାନ ଚାଷ କରିଥିଲେ ବୋଲି ଜଣାପଡିଛି ।

ଚଳିତବର୍ଷ ଦେବଗଡ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଅଭାବରୁ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି । ଏପରି ସ୍ଥିତିରେ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ ଅଭିଯୋଗକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ସମ୍ବଲପୁର ସାଂସଦ ନିତେଶ ଗଙ୍ଗଦେବ। ରାଜ୍ୟରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଠିକ୍ ଭାବରେ କାର୍ଯ୍ୟ ନହେବାରୁ ଚାଷୀମାନେ ଏହାର ସୁଫଳ ପାଇପାରୁ ନାହାନ୍ତି । ଆଗକୁ ମରୁଡି ପରିସ୍ଥିତି ଗୁରୁତର ହେବାକୁ ଯାଉଥିବା ବେଳେ ରାଜ୍ୟ ସରକାର ପଶ୍ଚିମ ଓଡିଶାର ଚାଷୀମାନଙ୍କ ପ୍ରତି ଧ୍ୟାନ ଦେବାକୁ ସେ ଦାବି କରିଛନ୍ତି । ଗୁରୁତର ଅବସ୍ଥାରେ ଥିବା ବିମ୍ବାଧରଙ୍କ ସ୍ତ୍ରୀଙ୍କ କହିବା କଥା ଚଳିତ ବର୍ଷ ଧାନରେ ରୋଗ ପୋକ ପାଇଁ ସେ ଚିନ୍ତାରେ ରହୁଥିଲେ।

   Related Posts