Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌ , ଆଲୋଚନା ଦାବିରେ ବିରୋଧୀଙ୍କ ହଟ୍ଟଗୋଳ

29/11/2021 at 12:35 PM

ନୂଆଦିଲ୍ଲୀ ୨୯।୧୧: ଲୋକସଭାରେ ପାରିତ ହେଲା କୃଷି ଆଇନ୍‌ ଉଚ୍ଛେଦ ବିଲ୍‌ । ବିରୋଧୀଙ୍କ ହଟ୍ଟଗୋଳରେ ପାରିତ ହେଲା ଏହି ୩ଟି ବିବାଦୀ କୃଷି ଆଇନ୍‌ ଉଚ୍ଛେଦ ବିଲ୍‌ । ଅଧିବେଶନର ପ୍ରଥମ ଦିନରେ ବିଲ୍‌ ଆଣିବାକୁ ପୂର୍ବରୁ ଘୋଷଣା କରିଥିଲେ କେନ୍ଦ୍ର ସରକାର ।

ଖବର ଅନୁଯାୟୀ, ସୋମବାର ଠାରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ପ୍ରଥମ ଦିନରେ ୩ଟି ବିବାଦୀୟ କୃଷି ଆଇନ୍‌ ପ୍ରତ୍ୟାହାର ବିଲ୍‌ ଉପସ୍ଥାପନ ହେବ ବୋଲି କେନ୍ଦ୍ର ସରକାର ଘୋଷଣା କରିଥିଲେ । ଏହି ଆଧାରରେ ଆଜି ପ୍ରଥମ ଦିନରେ ଏହି ବିବାଦୀୟ ଆଇନ୍‌କୁ ପ୍ରତ୍ୟାହାର ପାଇଁ ଲୋକସଭାରେ ଉପସ୍ଥାପନ କରାଯାଇଥିଲା । ତେବେ ଲୋକସଭାରେ ଏହି ବିଲ୍‌ ଉପରେ ଆଲୋଚନା କରିବାକୁ ବିରୋଧୀମାନେ ଦାବି କରିଥିଲେ । ଏପିରିକି ଲୋକସଭାରେ ହଟ୍ଟଗୋଳ ମଧ୍ୟ କରିଥିଲେ । ଏସବୁ ଭିତରେ ସୋମବାର ଦିନ ଲୋକସଭାରେ କୃଷି ଆଇନ୍‌ ଉଚ୍ଛେଦ ବିଲ୍‌ ପାରିତ ହୋଇଛି ।

ସୂଚନାଯୋଗ୍ୟ ଯେ, ଗତ ବର୍ଷେ ହେଲା ଦେଶରେ ୩ଟି କୃଷି ଆଇନ୍‌କୁ ବିରୋଧ ପ୍ରଦର୍ଶନ ଚାଲିଥିଲା । ଏପରିକି ଦିଲ୍ଲୀ ସୀମାରେ ପାଖାପାଖି ବର୍ଷେ ହେଲା ଚାଷୀମାନେ ଧାରଣାରେ ବସିଥିଲେ । ଶେଷରେ ୧୯ ତାରିଖ ଦିନ ପ୍ରଧାନମନ୍ତ୍ରୀ ରାଷ୍ଟ୍ରକୁ ସମ୍ଭୋଧିତ କରି  ବିବାଦୀୟ ୩ଟି କୃଷି ଆଇନ୍‌କୁ ପ୍ରତ୍ୟାହାର କରିବା ପାଇଁ ଘୋଷଣା କରିଥିଲେ । ପରେ ଏହି କୃଷି ଆଇନ୍‌ ପ୍ରତ୍ୟାହାର ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‌ର ମୋହର ଲାଗିଛି । ଏହାପରେ ଲୋକସଭା ଆଜି ଏହି ବିଲ୍‌ ପାରିତ ହୋଇଛି ।

   Related Posts