ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ, ସବ୍‌ଷ୍ଟେସନରେ ଉତ୍ତ୍ୟକ୍ତ ଲୋକଙ୍କ ଭଙ୍ଗାରୁଜା

Published By : Prameya-News7 Bureau | August 16, 2019 IST

ବଣାଇ ୧୬|୮:  ସୁନ୍ଦରଗଡ଼ ବଣାଇରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ ହୋଇଛି । ମୃତ ଚାଷୀ ବଡଗଗୁଆ ଗାଁର ଶ୍ୟାମସୁନ୍ଦର  । ଶ୍ୟାମସୁନ୍ଦର କ୍ଷେତରେ ହଳ କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ହୋଇଛି । ଏପରିକି ଏଥିରେ ଗୋଟିଏ ବଳଦର ମଧ୍ୟ ପ୍ରାଣ ଯାଇଛି ।

{"id":144801}

ତେବେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି । ବଣାଇ ସବଷ୍ଟେସନରେ ଭଙ୍ଗାରୁଜା କରିଛନ୍ତି ଉତ୍ତ୍ୟକ୍ତ ଲୋକେ । ବଣାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.