Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ହଳ କରିବା ବେଳେ ପାଓ୍ବାରଟିଲରରେ ପଶିଗଲା ଚାଷୀଙ୍କ ଗୋଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

30/05/2021 at 7:33 PM

ପାଟଣା ୩୦।୫: ହଳ କରୁଥିବା ବେଳେ ପାଓ୍ବାରଟିଲରରେ ପଶି ଚାଷୀ ଗୁରୁତର । କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ରଥପଡା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରଥପଡାର ଜେଠୁରାମ୍ ମହାନ୍ତ ନିଜ ଘର ପଛପଟେ ପାଓ୍ବାରଟିଲରରେ ହଳ କରୁଥିବା ସମୟରେ କୌଣସି କାରଣରୁ ତାଙ୍କ ଗୋଡ ପାଓ୍ବାରଟିଲର ଲଙ୍ଗଳ ଭିତରେ ପଶିଯାଇଥିଲା । ଫଳରେ ସେ ଚିତ୍କାର କରିଥିଲେ । ଚିତ୍କାର ଶୁଣି ପରିବାର ଲୋକେ ଓ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ପାଓ୍ବାରଟିଲରକୁ କଟର ସାହାଯ୍ୟରେ କାଟି ଜେଠୁଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପାଓ୍ବାରଟିଲର ଲଙ୍ଗଳର ଖଣ୍ଡେ ଅଂଶ ଗୋଡ଼ରେ ରହିଥିବାରୁ ଡାକ୍ତର ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି ।

   Related Posts