Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଟୋକନ୍ ମିଳିଛି କିନ୍ତୁ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲେ ଚାଷୀ

27/02/2021 at 12:54 PM

ଭଦ୍ରକ,୨୭/୦୨: ଧାନ ବିକ୍ରି ପାଇଁ ଟୋକନ ମିଳିଥିଲା । ଟୋକନରେ ଧାର୍ଯ୍ୟ ତାରିଖ ଠାରୁ ମାସେ ପୂରଣ ହେବା ପରେ ମଧ୍ୟ ଧାନ ବିକ୍ରି ହେଲା ନାହିଁ । ଶେଷରେ ରାଜପଥରେ ଧାନ ବସ୍ତା ରଖି ଧାରଣାରେ ଚାଷୀ । ଏପରି ଘଟଣା ସାମ୍ନାକୁ ଆସିଛି ଭଦ୍ରକ ଜିଲ୍ଲାରେ ।

ସୂଚନାନୁସାରେ, ଶନିବାର ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବସନ୍ତିଆ ନିକଟରେ ଧାନ ରଖି ଚାଷୀମାନେ ରାଜପଥ ଅବରୋଧ କରିଛନ୍ତି । ଚାଷୀଙ୍କ ଅଭିଯୋଗ ଅନୁଯାୟୀ, ସେମାନଙ୍କୁ ଜାନୁଆରୀ ୨୭ ତାରିଖରେ ଧାନ ବିକ୍ରି ପାଇଁ ଟୋକନ ମିଳିଥିଲା ।  କିନ୍ତୁ ଟୋକନ ତାରିଖକୁ ମାସେ ବିତିଥିଲେ ମଧ୍ୟ ସମବାୟ ସମିତି ଧାନ ନେଉନଥିବା ସେମାନେ ଅଭିଯୋଗ କରିଛନ୍ତି ।

ତେବେ ସମୁଦାୟ ୧୨୭୨ କୁଇଣ୍ଟାଲ ଧାନ ବିକ୍ରି ହାଇପାରିନଥିବା କହିଛନ୍ତି ଚାଷୀ ।  ଏପରିକି ଧାନ ବିକ୍ରୟ ନହେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିବେ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି ।

   Related Posts