Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ମିଳୁନି ଦାମ୍, ଶସ୍ତାରେ ଧାନ ଦେବାକୁ ବାଧ୍ୟ ହେଉଛି ଚାଷୀ : ପ୍ରତିବାଦରେ ଉପଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଧାରଣା

9/03/2021 at 5:11 PM

ନୀଳଗିରି ୯।୩: ନୀଳଗିରିରେ ଧାନର ଅଭାବୀ ବିକ୍ରି ଥମିବାର ନାଁ ଧରୁନି । ସୋମବାର କିଷାନ କଂଗ୍ରେସ ତରଫରୁ ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିବା ପରେ ପୁଣି କିଛି କୃଷକମାନେ ଧାରଣାରେ ବସିଥିବା ଜଣାଯାଇଛି ।

ସୂଚନାଯୋଗ୍ୟ ଯେ, ନୀଳଗିରିରେ ବିଭିନ୍ନ ଅଞ୍ଚଳରେ ଚାଷୀମାନେ ଟୋକନ ପାଇଥିବା ସତ୍ତ୍ବେ ତାଙ୍କର ଧାନ କିଣା ଯାଉ ନଥିବା ଅଭିଯୋଗ ହୋଇଛି । ବହୁ ଚାଷୀଙ୍କର ଧାନ କିଣା କ୍ୟାନସେଲ ହୋଇଥିବା ବେଳେ ସେମାନଙ୍କର ଧାନ କିଣିବା, ଟୋକନ ପାଇଥିବା ଚାଷୀଙ୍କର ସ୍କାନିଂ କରି ଧାନ ନେବା ଏଭଳି ତିନି ଦଫା ଦାବିରେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀଙ୍କ ନେତୃତ୍ବରେ ଚାଷୀମାନେ ନୀଳଗିରି ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି । ଯେପର୍ଯ୍ୟନ୍ତ ସମସ୍ୟାର ସମାଧାନ ନହୋଇଛି ଏଭଳି ଆନ୍ଦୋଳନ ଆଗକୁ ଉଗ୍ରରୂପ ନେବ ବୋଲି ଚେତାବନୀ ଦେଇଛନ୍ତି ।

   Related Posts