Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର

11/04/2021 at 10:13 AM

ଚଣ୍ଡିଖୋଲ,୧୧/୦୪: ଭୟଙ୍କର ଦୁର୍ଘଟଣା । ଜୀବନ ହାରିଲେ ସ୍ୱାମୀ ଓ ସ୍ତ୍ରୀ । ଏପରି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ।

ସୂଚନାନୁସାରେ, ଧର୍ମଶାଳାର ନେଳପୁର ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଘଟଣାସ୍ଥଳରେ ବାଇକରେ ଯାଉଥିବା ସ୍ୱାମୀ ଓ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି । ତେବେ ୫ ବର୍ଷର ଝିଅ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତେବେ ମୃତକଙ୍କ ପରିଚୟ ମିଳିନାହିଁ ।

ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଦାୟିତ୍ୱରେ ନିୟୋଜିତ ଥିବା ଠିକା ସଂସ୍ଥା ଡିବିଏଲର ଏକ ଟ୍ରକ୍ ଧକ୍କାରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସେପଟେ କ୍ଷତିପୁରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହକୁ ରଖି ରାସ୍ତା ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହଶହ ଗାଡିମଟର ଅଟକି ରହିଛି ।  

   Related Posts