ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି

Published By : Prameya-News7 Bureau | January 29, 2022 IST

ଭୁବନେଶ୍ୱର ୨୯।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦୫୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

wp:html /wp:html

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବରଗଡ଼, କଟକ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ , ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୧୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୫୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୭୩୯୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୫୦୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.