Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

26/02/2021 at 9:24 AM

ମାଲକାନଗିରି୨୬/୨: ଗତକାଲି ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୁଣି ଯବାନ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଜଣେ ଡି ଆର୍ ଜି ଯବାନ ଆହତ ହୋଇଛନ୍ତି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ହେଲେ ମାଓବାଦୀଙ୍କ ୬ଟି କ୍ୟାମ୍ପ ଠାବ କରିବା ସହ ସମ୍ପୂର୍ଣ୍ଣ ଧ୍ବଂସ କରି ଦେଇଥିଲେ ଯବାନ। ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ କରିଥିଲେ ଡିଆର୍ ଜି ଯବାନ। ଏହି ଅପରେସନ ଅବୁଝାମଡ କ୍ଷେତ୍ର ଅନ୍ତର୍ଗତ ଟେକମେଟା ଅଞ୍ଚଳରେ ହୋଇଛି। ଆହତ ଯବାନଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ଥିବା ଜଣାପଡିଛି।

ଦୁଇ ଦିନ ତଳେ ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡ୍ ମାଇନ୍ ବିସ୍ଫୋରଣରେ ଦୁଇଜଣ ଡି ଆର୍ ଜି ଏବଂ ଆଇ ଟି ବି ପି ଯବାନ ସହିଦ ହୋଇଥିଲେ। ଜଣେ ସି ଏ ଏଫ୍ ଯବାନ ମଧ୍ୟ ଗୁରୁତର ହୋଇଥିଲେ। ଯାହାକୁ ନେଇ ଛତିଶଗଡ଼ ମୁଖ୍ୟ ମନ୍ତ୍ରୀଙ୍କ ସମେତ ରାଜ୍ୟପାଳ ଟ୍ବିଟ୍ ମାଧ୍ୟମରେ ଦୁଃଖ ପ୍ରକାଶ କରିଥିଲେ। ଏହି ଘଟଣାର ମାତ୍ର ଗୋଟିଏ ଦିନ ପରେ କମ୍ବିଂ ଅପରେସନ କରି ମାଓ କ୍ୟାମ୍ପ ଧ୍ବଂସ୍ତ ବିଧ୍ବସ୍ତ କରି ଦେଇଥିଲେ ଯବାନମାନେ।

   Related Posts