Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଡିସେମ୍ବର ୧୪ ସୁଦ୍ଧା ପ୍ରକାଶ ପାଇବ ରାଜ୍ୟର ପୂର୍ଣ୍ଣାଙ୍ଗ ଭୋଟର ତାଲିକା : ଓ୍ବାର୍ଡଓ୍ବାରୀ ତାଲିକା ପ୍ରସ୍ତୁତି ଲାଗି ତାରିଖ ଘୋଷଣା

8/11/2021 at 11:48 AM

ଭୁବନେଶ୍ବର ୮।୧୧: ପଞ୍ଚାୟତ ନିର୍ବାଚନ ନେଇ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ନିର୍ବାଚନ ଆୟୋଗ । ପଞ୍ଚାୟତ ନିର୍ବାଚନ ପାଇଁ ଓ୍ବାର୍ଡଓ୍ବାରୀ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଓ୍ବାର୍ଡଓ୍ବାରୀ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ ତାରିଖ ଘୋଷଣା ହୋଇଛି । ୨୦୨୧ ମସିହା ନଭେମ୍ବର ୧ ତାରିଖ ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ହୋଇଥିବ ସେମାନେ ଯୋଗ୍ୟ ଭୋଟର ଭାବେ ଆବେଦନ କରି ପାରିବେ ।  

ତେବେ ବାଲେଶ୍ଵର ଜିଲ୍ଲା ବ୍ୟତୀତ ଅନ୍ୟ ୨୯ଟି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ କରାଯିବ । ନଭେମ୍ବର ୧୬ରେ ସମସ୍ତ ଗ୍ରାମ ପଞ୍ଚାୟତରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ କରାଯିବ ।  କୌଣସି ଦାବି କିମ୍ବା ଆପତ୍ତି ଓ ଅଭିଯୋଗ ଥିଲେ ୨୩ ତାରିଖ ସୁଦ୍ଧା ଇଲେକ୍ଟ୍ରୋରାଲ ରେଜିଷ୍ଟ୍ରାର ଅଫିସ ନିକଟରେ ଦାଖଲ କରିପାରିବେ ।  ୨୪ରୁ ୨୬ ନଭେମ୍ବର ମଧ୍ୟରେ ସମ୍ପୃକ୍ତ ଅଧିକାରୀ ଏହାର ଫଇସଲା କରିବେ ।  

ଚିଠା ଭୋଟର ତାଲିକାକୁ ନେଇ ଯେଉଁମାନେ ଅସନ୍ତୋଷ ପ୍ରକାଶ କରିବେ ସେମାନେ ୨୯ରୁ ୩୦ ନଭେମ୍ବର ମଧ୍ୟରେ ବିଡିଓ ପାଖରେ ଦରଖାସ୍ତ ଆବେଦନ କରିବେ । ଡିସେମ୍ବର ୧ରୁ ୨ ଭିତରେ ବିଡ଼ିଓ ଏହି ଅଭିଯୋଗର ଫଇସଲା କରିବେ । ଡିସେମ୍ବର ୪ରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ । ୬ ଡିସେମ୍ବର ଚୂଡାନ୍ତ ଭୋଟର ତାଲିକା କମିଶନଙ୍କ ନିକଟରେ ଦାଖଲ ହେବ । ୧୪ ତାରିଖ ସୁଦ୍ଧା ଚୂଡାନ୍ତ ଭୋଟର ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟକୁ ଆସିବ ବୋଲି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ କହିଛନ୍ତି ।

   Related Posts