Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

କେନ୍ଦ୍ର ବଜେଟ୍ : ରାଷ୍ଟ୍ରପତିଙ୍କୁ ବଜେଟ୍ କପି ପ୍ରଦାନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

5/07/2019 at 9:42 AM

ନୂଆଦିଲ୍ଲୀ ୫|୭: ଆଜି କେନ୍ଦ୍ର ବଜେଟ୍ । ଦ୍ବିତୀୟଥର କ୍ଷମତାକୁ ଆସିବାପରେ ମୋଦି ସରକାରଙ୍କ ଏହା ହେଉଛି ପ୍ରଥମ ବଜେଟ୍ । ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପୂର୍ବାହ୍ନ ୧୧ଟାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିବେ । ଏଥିପାଇଁ ନିର୍ମଳା ସୀତାରମଣ ଓ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଅର୍ଥ ମନ୍ତ୍ରଣାଳୟରେ ପହଞ୍ଚିଥିଲେ । ଚଳିତ ଥର ବ୍ରିଫକେସ୍ ବଦଳରେ ବହିଖାତାରେ ବଜେଟ୍ । ରାଷ୍ଟ୍ରପତିଙ୍କୁ ବଜେଟ୍ କପି ପ୍ରଦାନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ଆଜି ବଜେଟରେ ମଧ୍ୟବିତ ପରିବାର ଓ କୃଷକଙ୍କ ପାଇଁ କଣ ଘୋଷଣା ହେଉଛି ସେ ଉପରେ ସମସ୍ତଙ୍କ ନଜର ରହିଛି । ଆଜିର ବଜେଟରେ କୃଷି ଓ କୃଷକ ଉପରେ ବି ଫୋକସ କରାଯାଇପାରେ । ଆୟକର ଛାଡସୀମା ବି ୩ ଲକ୍ଷ ହୋଇପାରେ ।

ଦେଶରେ ସାଧାରଣ ନିର୍ବାଚନ ଥିବାରୁ କାମଚଳା ଅର୍ଥମନ୍ତ୍ରୀ ପୀୟୁଷ ଗୋୟଲ ଫେବୃୟାରୀରେ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଥିଲେ ।

   Related Posts