Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଦିଲ୍ଲୀ ଜୋତା କାରଖାନାରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କରିବାକୁ ଲାଗିଛନ୍ତି ୨୩ ଦମକଳ

11/01/2020 at 6:52 PM

ନୂଆଦିଲ୍ଲୀ ୧୧।୧: ଦିଲ୍ଲୀ ମାୟାପୁରୀ ଅଞ୍ଚଳରେ ଶନିବାର ଏକ ଜୋତା କାରଖାନାରେ ନିଆଁ ଲାଗିଯାଇଛି। ନିଆଁକୁ ଆୟତ୍ତ କରିବା ଲାଗି ୨୩ଟି ଦମକଳ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ୯୦ ଜଣ ଅଗ୍ନିସମ କର୍ମଚାରୀ ଲୋକଙ୍କ ଉଦ୍ଧାର ସହ ନିଆଁ ଲିଭାଇବା କାମରେ ଲାଗିଛନ୍ତି। ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ କେହି ହତାହତ ହେବାର ସୂଚନା ନଥିବା ଦମକଳ ବିଭାଗ ଅଧିକାରୀଙ୍କ ସୂଚନାରୁ ଜଣାପଡିଛି।

ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ତେବେ ମାୟାପୁରୀ ଫେଜ୍-୨ ଅଞ୍ଚଳରେ ସନ୍ଧ୍ୟା ପ୍ରାୟ ୫ଟା ବେଳେ ଜୋତା କାରଖାନାରେ ନିଆଁ ଲାଗିଥିବା ଜଣାପଡିଥିଲା। ସୂଚନା ମିଳିବାମାତ୍ରେ ଦମକଳ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ଲାଗି ଉଦ୍ୟମ ଜାରି ରଖିଛି। ଏଠାରେ ଫ୍ୟାକ୍ଟ୍ରି ପର୍ଯ୍ୟନ୍ତ ରାସ୍ତା  ସାମାନ୍ୟ ସଂକିର୍ଣ୍ଣ। ଏଣୁ ନିଆଁ ଆୟତ୍ତ ଲାଗି ଦମକଳଗାଡିକୁ କଷ୍ଟକର ହୋଇପଡୁଛି। ତଥାପି ଅଗ୍ନିସମ କର୍ମଚାରୀମାନେ ନିଆଁ ଲିଭାଇବା ଲାଗି ପାରୁପର୍ଯ୍ୟନ୍ତ ଉଦ୍ୟମ ଜାରି ରଖିଛନ୍ତି।

   Related Posts