Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

କୋଭିଡ଼ କେୟାର କେନ୍ଦ୍ରରେ ଅଗ୍ନିକାଣ୍ଡ : ୭ଜଣଙ୍କ ମୃତ୍ୟୁ, ଫସିଥିବା ଲୋକଙ୍କୁ ଉଦ୍ଧାର

9/08/2020 at 9:00 AM

ବିଜୟୱାଡ଼ା ୦୯।୦୮: ଆନ୍ଧ୍ରପ୍ରଦେଶ ବିଜୟୱାଡ଼ାରେ ଏକ ହୋଟେଲ୍‌ରେ ନିଆଁ ଲାଗଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ନିଆଁ ଲାଗିଥିବା ଏହି ହୋଟେଲ୍‌କୁ କୋଭିଡ୍‌ କେୟାର କେନ୍ଦ୍ର ଭାବେ ବ୍ୟବହାର କରାଯାଉଥିଲା । କୋଭିଡ଼ କେୟାର କେନ୍ଦ୍ରରେ ଫସିରହିଥିବା ସମସ୍ତ ଲୋକଙ୍କୁ ସୁରକ୍ଷିତ ଭାବେ ବାହାର କରାଯାଇଛି । ହୋଟେଲରେ ପ୍ରାୟ ୪୦ଜଣ ଲୋକ ଥିବା ଖବର ରହିଥିଲା । ସେମାନଙ୍କ ମଧ୍ୟରୁ ୩୦ଜଣ କରୋନା ଆକ୍ରାନ୍ତ ଥିବା ବେଳେ ୧୦ଜଣେ ହସ୍ପିଟାଲ୍‌ ଷ୍ଟାପ୍‌ ବୋଲି ଜଣାପଡିଛି ।

ଜାତୀୟ ଗଣମାଧ୍ୟମ ଖବର ଅନୁଯାୟୀ, ମେଡିକାଲରେ ନିଆଁ ଲାଗି ୭ଜଣଙ୍କ ମୃତ୍ୟୁ ହୋଇଯାଇଛି । କୋଭିଡ଼ କେୟାର ସେଣ୍ଟରରୁ ୩୦ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଦେଇଛି ।  ତେବେ ଅଗ୍ନିକାଣ୍ଡରେ ଅସୁସ୍ଥ ହୋଇଥିବା ଲୋକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ଉପରେ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ନଜର ରଖିଛନ୍ତି । ଆହତମାନଙ୍କୁ ଉନ୍ନତ ଚିକିତ୍ସା ପାଇଁ ଉପରିସ୍ଥ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିଆଁ ଲାଗିଥିବା ବିଲ୍ଡିଂକୁ ଖାଲି କରାଯାଇଛି । ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

   Related Posts