Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଲା ସିଣ୍ଡିକେଟ୍ ହଲ

24/10/2019 at 6:45 PM

ଭୁବନେଶ୍ୱର ୨୪।୧୦ :  ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ତାଣ୍ଡବ ରଚିଥିବା ବେଳେ ଗୁରୁବାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି। ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ୍ ହଲରେ ନିଆଁ ଲାଗିଥିବା ସୂଚନା ପାଇ ଦମକଳ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ନିଆଁ ଲାଗିବାର କାରଣ ଜଣା ପଡିନଥିବା ବେଳେ ଅଗ୍ନିକାଣ୍ଡ ଜନିତ କ୍ଷୟକ୍ଷତିର ସୂଚନା ମଧ୍ୟ ମିଳିପାରି ନାହିଁ।

ତେବେ ମିଳୁଥିବା ସୂଚନା ଅନୁସାରେ ସିଣ୍ଡିକେଟ୍ ହଲରୁ ଧୂଆଁ ବାହାରୁଥିବା ଦେଖି କର୍ତ୍ତୁପକ୍ଷଙ୍କୁ ସୂଚନା ଦିଆଯାଇଥିଲା। ତେବେ ଉପର ମହଲାରୁ ନିଆଁ ଦୂରକୁ ଦେଖା ଯିବାରୁ ଘଟଣା ସମ୍ପର୍କରେ ଦମକଳ ବିଭାଗକୁ ସୂଚିତ କରାଯାଇଥିଲା। ସୂଚନା ପାଇ ଦମକଳ ବିଭାଗ କର୍ମଚାରୀ ପହଞ୍ଚିଛନ୍ତି । ସାରା ବିଲ୍ଡିଂଟିରେ ନିଆଁ ବ୍ୟାପି ଯାଇଥିବା ଦେଖାଯାଇଛି। ତେବେ ଅଗ୍ନିକାଣ୍ଡ ଜନିତ ହତାହତ ସମ୍ପର୍କିତ ସୂଚନା ମିଳିଥିବା ଦମକଳ ବିଭାଗ ଅଧିକାରୀ କହିଛନ୍ତି। ବିସ୍ତୃତ ସୂଚନାକୁ ଅପେକ୍ଷା କରାଯାଇଛି।

   Related Posts