Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

କଟକ ଏସ୍‌ସିବି ରେକର୍ଡ ରୁମ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ବପୂର୍ଣ୍ଣ କାଗଜପତ୍ର

9/04/2019 at 8:29 AM

କଟକ ୯|୪ : କଟକ ବଡ ମେଡିକାଲରେ ପୁଣି ଅଗ୍ନିକାଣ୍ଡ ହୋଇଛି ।  ବଡ଼ ମେଡିକାଲର ରେକର୍ଡ ରୁମ୍ ରେ ନିଆଁ ଲାଗିଥିଲା । ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିଲା । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ନିଆଁରେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଯେମିତିକି ରୋଗୀଙ୍କ  ଚିକିତ୍ସା ସମ୍ପର୍କିତ କାଗଜ ପତ୍ର ସହ ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ପୋଡି ନଷ୍ଟ ହୋଇଯାଇଛି । ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ କଟକ ବଡ ମେଡିକାଲର ରେକର୍ଡ ରୁମ୍ ରେ ଅଗ୍ନିକାଣ୍ଡ ହୋଇଥିଲା । ରେକର୍ଡ ରୁମ୍ ର ଗୋଟିଏ ସେଲ୍ଫ ସଂପୂର୍ଣ୍ଣ ପୋଡି ନଷ୍ଟ ହୋଇଯାଇଛି । ନିଆଁରେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଯେମିତିକି ରୋଗୀଙ୍କ ଚିକିତ୍ସା ସମ୍ପର୍କିତ କାଗଜ ପତ୍ର ସହ ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ପୋଡି ନଷ୍ଟ ହୋଇଯାଇଛି । ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି ।

   Related Posts