Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ପୁଣି ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ : ୩ ମହିଳା ଦଗ୍ଧ, ୪ ଗୁରୁତର

15/12/2019 at 7:22 AM

ନୂଆଦିଲ୍ଲୀ ୧୫।୧୨: ରାଜଧାନୀ ଦିଲ୍ଲୀରେ ପୁଣି ଭୟାବହ ଅଗ୍ନିକାଣ୍ଡ ଘଟିଛି । ଶାଲିମାର ସ୍ଥିତ ଏକ ବିଲ୍ଡିଂରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଶନିବାର ରାତିରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡ ଯୋଗୁଁ ୩ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି । ୪ ଜଣ ମହିଳା ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି ।

ସୂଚନାଯୋଗ୍ୟ ଯେ, ଶନିବାର ସନ୍ଧ୍ୟା ସମୟରେ ବିକ୍ୟୁ ବ୍ଲକ୍ ସ୍ଥିତ ଶାଲିମାର ବାଗ୍ ଅଞ୍ଚଳର େକ ବିଲ୍ଡିଂରେ ନିଆଁ ଲାଗିଥିବା ଜଣାପଡିଥିଲା। ଏହାପରେ ଦମକଳ ବାହିନୀକୁ ଖବର ଦେଖିଥିଲେ ସ୍ଥାନୀୟଲୋକ। ବିଲ୍ଡିଂରୁ ୭ ଜଣ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ତୁରନ୍ତ  ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ହସ୍ପିଟାଲରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ଆଉ ୪ଜଣଙ୍କ ଚିକିତ୍ସା ଜାରି ରହିଛି।

ଗତ ରବିବାର ଶଷ୍ୟ ମଣ୍ଡିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡ ଫଳରେ ୪୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ।

   Related Posts