ତିନି ମହଲା କୋଠାରେ ଅଗ୍ନିକାଣ୍ଡ, ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ

Published By : Prameya-News7 Bureau | September 12, 2020 IST

କରାଚି ୧୨/୦୯: କରାଚିରେ ଥିବା ଏକ ତିନି ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି।

କରାଚିର ଘନ ଜନବସତି ଅଞ୍ଚଳରେ ଥିବା ତିନି ମହଲା କୋଠାର ତଳ ମହଲାରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି। ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଉଦ୍ଧାରକାର୍ଯ୍ୟରେ ବିଳମ୍ବ ହେତୁ ୪ ଜଣଙ୍କ ଜୀବନ ଯାଇଛି। ସେମାନେ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି।

ଅନ୍ୟ ଦୁଇ ମହଲାର ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତେବେ ଏହି ଅଗ୍ନିକାଣ୍ଡରେ କିଛି ଲୋକ ଆହତ ହୋଇଥିବା ବେଳେ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତୀ କରାଯାଇଛି। ତେବେ ନିଜ ଜୀବନ ବଞ୍ଚାଇବା ପାଇଁ ତୃତୀୟ ମହଲାରୁ ଡେଇଁପଡ଼ିଥିବା ବ୍ୟକ୍ତି ଗୁରୁତର ଥିବା ଜଣାପଡ଼ିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.