Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ମୁମ୍ବାଇର ଏକ ବିଲ୍ଡିଂରେ ଭୀଷଣ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

11/04/2021 at 8:39 PM

ମୁମ୍ବାଇ ୧୧/୪: ଆର୍ଥିକ ରାଜଧାନୀ ମୁମ୍ବାଇରେ ଲକ୍‌ଡାଉନ୍‌ ମଧ୍ୟରେ ରବିବାର ଏକ ବିଲ୍ଡିଂରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ନାଭି ମୁମ୍ବାଇର ବାଶି ଅଞ୍ଚଳରେ ଥିବା ଏକ ବିଲ୍ଡିଂରେ ନିଆଁ ଲାଗିଥିବା ନେଇ ଖବର ମିଳିବା ପରେ ୫ଟି ଦମକଳ ଘଟଣାସ୍ଥଳରେ ପହଞ୍ଚିଛି । ନିଆଁ ଲାଗିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିବା ବେଳେ ବିଲ୍ଡିଂର ଉପର ତାଲାରୁ ପ୍ରବଳ ମାତ୍ରାରେ ଧୂଆଁ ନିର୍ଗତ ହେଉଥିବା ଦେଖିବାକୁ ମିଳିଛି।

ଏବେ ସୁଦ୍ଧା କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିପାରି ନାହିଁ। ସେପଟେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ। ମହାରାଷ୍ଟ୍ରରେ ପୂର୍ବରୁ ବିଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ ଘଟି ଧନ ଜୀବନ ହାନି ଘଟିଛି। ମୁମ୍ବାଇର ଦହିସର ଜମ୍ବୋ କୋଭିଡ କେନ୍ଦ୍ରରେ ରବିବାର ଭୀଷଣ ଅଗ୍ନିକାଣ୍ଡ ଲାଗିଥିଲା। ଏଠାରେ ଏକାଧିକ ଦମକଳ ପହଞ୍ଚି ବହୁ କଷ୍ଟ ପରେ ନିଆଁ ଆୟତ କରିବାରେ ସକ୍ଷମ ହୋଇଥିଲା । ନିକଟରେ ଏକ ମଲ୍‌ରେ ନିର୍ମାଣଧୀନ ହସ୍ପିଟାଲରେ ହଠାତ ନିଆଁ ଲାଗିଯିବାରୁ ପାଖାପାଖି ୧୧ ଜଣଙ୍କ ଜୀବନ ଯାଇଥିଲା।  

   Related Posts