Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ବାଲେଶ୍ୱର ସବ୍ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ

9/12/2019 at 10:51 PM

ବାଲେଶ୍ୱର, ୯।୧୨:  ବାଲେଶ୍ୱର ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ସନ୍ଧ୍ୟାରେ ଘଟିଥିବା ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ତେବେ ସୂଚନା ପାଇ ଦମକଳ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ନିଆଁକୁ ଆୟତ୍ତ କରିଛି। 

ରାତି ପ୍ରାୟ ସାଢେ ୯ଟା ବେଳେ ସବ୍ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ନିଆଁ ଲାଗିଥିବା ଜଣାପଡିଥିଲା। ସ୍ଥାନୀୟ ଲୋକେ ଦମକଳ ବାହିନୀକୁ ଖବର ଦେବା ପରେ ଦମକଳ ପହଞ୍ଚିଥିଲା। ତେବେ ଗୋଟିଏ ଦମକଳ ନିଆଁ ଲିଭାଇବାକୁ ସମର୍ଥ ନ ହେବାରୁ ଆଉ ଗୋଟିଏ ଡକାଇବାକୁ ପଡିଥିଲା। ହୁଏତ ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବାର ସନ୍ଦେହ କରାଯାଉଛି।

ଅଗ୍ନିକାଣ୍ଡ ଯୋଗୁ ସବରେଜିଷ୍ଟ୍ରାର କାର୍ଯ୍ୟାଳୟର ଅନେକ କାଗଜପତ୍ର ଜଳିଯାଇଛି। ତେବେ କ୍ଷୟକ୍ଷତିର ଅଚାନକ ଆକଳନ ହୋଇପାରିନାହିଁ। ମଙ୍ଗଳବାର କାର୍ଯ୍ୟାଳୟ ଖୋଲିବା ପରେ ନିଆଁଲାଗିବା ଯୋଗୁ ହୋଇଥିବା କ୍ଷୟକ୍ଷତିନେଇ ବିସ୍ତୃତ ଭାବେ ଜଣାପଡିବ।

   Related Posts