Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||

ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ : ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

8/01/2021 at 3:21 PM

କନ୍ଧମାଳ ୮।୧: ଗଞ୍ଜାମ ସୀମାନ୍ତ ଚକାପାଦ ବ୍ଲକ ଲେଙ୍ଗେରି ମୁଣ୍ଡା ଗାଁ ନିକଟ ଜଙ୍ଗଲରେ କମ୍ବିଂ ଅପରେସନ ବେଳେ ଗୁରୁବାର ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ଫଳରେ ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟଧରି ଗୁଳି ବିନିମୟ ହୋଇଥିଲା । ହେଲେ ଗୁଳିବିନିମୟରେ କେହି ମୃତାହତ ହୋଇ ନଥିଲେ ।

ଚକାପାଦ ନିକଟସ୍ଥ ଲେଙ୍ଗେରିମୁଣ୍ଡା ଅନ୍ତର୍ଗତ ଘଞ୍ଚ ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରିଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ଗୁରୁବାର ଏସଓଜିଓ ଓ ଡିଭିଏଫ ଯବାନମାନେ କମ୍ବିଂ ଅପରେସନ କରିଥିଲେ । ହେଲେ ମାଓବାଦୀମାନେ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ଛତ୍ରଭଙ୍ଗ ଦେଇଥିବା ବେଳେ ସୁରକ୍ଷାକର୍ମୀମାନେ ଘଟଣାସ୍ଥଳରୁ କିଛି ମାଓ ସାମଗ୍ରୀ ଜବତ କରିଥିବା କୁହାଯାଉଛି। ସେଥି ମଧ୍ୟରୁ ଗ୍ରେନେଡ, ବିସ୍ଫୋରକ ଦ୍ରବ୍ୟ, ମାଓ ପୋଷାକ, ତାର, ମେଡିସିନ ଆଦି ଜବତ  କରିଥିବା କନ୍ଧମାଳ ଏସପି ବୀନିତ ଅଗ୍ରୱାଲ କହିଛନ୍ତି।

   Related Posts