ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଶାଖାରେ ଅଗ୍ନିକାଣ୍ଡ

Published By : Prameya-News7 Bureau | January 10, 2019 IST

ଭଞ୍ଜନଗର ୧୦|୧:  ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଅଗ୍ନିକାଣ୍ଡ ଘଟିଛି । ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡା ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଶାଖାରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡରେ ବ୍ୟାଙ୍କର ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ପୋଡି ଯାଇଛି । ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲା । ଘଟଣାସ୍ଥଳରେ ଗାଙ୍ଗପୁର ପୋଲିସର ତଦନ୍ତ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.