ଭୟାବହ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

Published By : Prameya-News7 Bureau | December 17, 2019 IST

ବାରିପଦା ୧୭।୧୨: ରଦ୍ଦି କାଗଜ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ବାରିପଦା ଜିଲ୍ଲା ସଦର ଥାନା  ମଞ୍ଚାବନ୍ଧା ନିକଟରେ ଥିବା କାଗଜ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଚାଲିଛି ।

{"id":198692,"sizeSlug":"large"}

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ସଦର ଥାନା ମଞ୍ଚାବନ୍ଧା ଠାରେ ଏକ ରଦ୍ଦି କାଗଜ ଗୋଦାମରେ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କାର୍ଟୁନ ପୋଡି ପାଉଁଶ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.