Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ଜଙ୍ଗଲରେ ଜଳୁଛି ନିଆଁ, ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି ୫୦ ପରିବାର

24/02/2021 at 6:49 PM

ପାଟଣା୨୪/୨: ଜଙ୍ଗଲରେ ଜଳୁଛି ନିଆଁ। କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଅଧିନ ତୋଣ୍ଡବିଟ୍ ଅଞ୍ଚଳର ସଡ଼ଙ୍ଗ ବାହାଳୀ ଓ ରୋହଣୀ ଦୁମା ଗ୍ରାମ ନିକଟ ଜଙ୍ଗଲରେ ନିଆଁ ଲାଗିଛି। ଏହି ଅଗ୍ନିକାଣ୍ଡ ଯୋଗୁଁ ଜଙ୍ଗଲ ନିକଟରେ ଥିବା ୫୦ରୁ ଉର୍ଦ୍ଧ୍ବ ପରିବାର ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି।

ଜଙ୍ଗଲରେ ନିଆଁ ଲାଗିବା ପରେ ଅଗ୍ନିଶମ ବାହିନୀ କିମ୍ବା ବନ ବିଭାଗର କୌଣସି କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ। ବନ ବିଭାଗ ପକ୍ଷରୁ ସଡ଼ଙ୍ଗ ବାହାଳୀଠାରେ ଶାଗୁଆନ ଗଛ ଲଗାଯାଇଥିଲା। ଉକ୍ତ ଜଙ୍ଗଲରେ କେହି ଜଣେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବାରୁ ଜଙ୍ଗଲରେ  ନିଆଁ ବ୍ୟାପି ଯାଇଥିଲା। ଏହି ଅଗ୍ନିକାଣ୍ଡ ଯୋଗୁଁ ବନ୍ୟପ୍ରାଣୀ ଯାଥା ଠେକୁଆ, ବାରାହା, ହରିଣ ସମେତ ବିଭିନ୍ନ ପଶୁ ବିପଦରେ ଥିବା ଜଣାପଡିଛି।

   Related Posts