Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଭୟାବହ ଅଗ୍ନିକାଣ୍ଡ : ୧୨ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

4/12/2019 at 7:09 AM

ପଟ୍ଟାମୁଣ୍ଡାଇ ୦୪।୧୨: କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଘଡ଼ିଆମାଳ ଗାଁ ରେ ଅଗ୍ନିକାଣ୍ଡ ଘଟିଛି।  ଅଗ୍ନିକାଣ୍ଡରେ ଜଳିଗଲା 12 ବଖରା ଘର । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି ।

ସୂଚନାଯୋଗ୍ୟ ଯେ, ଘଡିଆମାଳ ଗାଁର ପର୍ଶୁରାମ ରାଉତ ଘରେ ଶୋଇଥିବା ସମୟରେ ଲାଗିଥିଲା ନିଆଁ । ପରେ ପାଖରେ ଥିବା ପାର୍ଥ ସାରଥୀଙ୍କ ଘରକୁ ମଧ୍ୟ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

   Related Posts