Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଧାନ ଖଳାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ପୋଡି ପାଉଁଶ, ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ

11/12/2019 at 9:48 AM

ବୌଦ୍ଧ ୧୧।୧୨: ଧାନଗଦାରେ ନିଆଁ । ବୌଦ୍ଧ ଜିଲ୍ଲା କଣ୍ଟାମାଲ ଥାନା ଅନ୍ତର୍ଗତ ସିନ୍ଦୁରପୁର ଗାଁର ମନୋଜ ଭୋଇଙ୍କ ଧାନ ଖଳାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ପୋଡି ପାଉଁଶ ହୋଇଯାଇଛି । ପୋଡି ଯାଇଥିବା ଧାନର ମୂଲ୍ୟ 7 ଲକ୍ଷ ଟଙ୍କାରୁ ଅଧିକ ହେବ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ,  ଚାଷୀ ମନୋଜ ଭୋଇ ନିଜର ୭ ଏକର ଜମିରେ ଧାନ ଚାଷ କରିଥିଲେ । ଅମଳ ହେବାପରେ ଧାନ କାଟି ଖଳାରେ ରଖିଥିଲେ । ଖଳାରେ ଥିବା ୬ଟି ଗଦାରେ ନିଆଁ ଲାଗିଯାଇଥିଲା । ମନୋଜଙ୍କ ବର୍ଷକର ଝାଳବୁହା ପରିଶ୍ରମ ନିଆଁରେ ପୋଡି ପାଉଁଶ ହୋଇଯାଇଛି ।

କେହି ଦୁର୍ବୃତ୍ତ ଧାନଗଦାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ କରିଛନ୍ତି ମନୋଜ । କଣ୍ଟାମାଲ ଓ ସୋନପୁର ଦମକଳ ବାହିନୀ ର ମିଳିତ ଉଦ୍ୟମରେ ନିଆଁ ଆୟତ୍ତ କରାଯାଇଛି । ଏହି ଘଟଣା ପରେ ପରିବାରର ଭରଣପୋଷଣ କିଭଳି ହେବ ସେ ନେଇ ଚିନ୍ତାରେ ପଡିଛନ୍ତି କ୍ଷତିଗ୍ରସ୍ତ ଚାଷୀ । ଅଗ୍ନିକାଣ୍ଡ ଘଟାଇଥିବା ଦୁର୍ବୃତ୍ତକୁ ଧରିବା ସହ କ୍ଷତିପୂରଣ ପାଇଁ ସରକାରୀ ସହାୟତା ଦେବାକୁ ଦାବିକରିଛନ୍ତି ।କଣ୍ଟାମାଳ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

   Related Posts