Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଅଗ୍ନିକାଣ୍ଡରେ ୪ ବଖରା ଘର ଭସ୍ମୀଭୂତ, ବାଇକ୍ ସହ ୧୧ ଛେଳି ଓ ବାଛୁରୀ ଜୀବନ୍ତ ଦଗ୍ଧ

9/11/2021 at 2:21 PM

ଭଦ୍ରକ ୯।୧୧: ଅଗ୍ନିକାଣ୍ଡରେ ୪ ବଖରା ଘର ଭସ୍ମୀଭୂତ । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ।  ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ କୌଣସି କାରଣ ବଶତଃ ଅଗ୍ନିକାଣ୍ଡ ଘଟିଛି ।  ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍ ଅଚକ ପଞ୍ଚାୟତ ଛନ୍ଦା ସାହିରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି । ଘରର ଆସବାବ ପତ୍ର ସମେତ ଘରକରଣା ଜିନିଷପତ୍ର, ଧାନ, ଚାଉଳ, ପୋଷାକ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ଗୋଟିଏ ମଟର ସାଇକେଲ, ୧୧ଟି ଛେଳି ଓ ଗୋଟିଏ ବାଛୁରୀ ଜୀବନ୍ତ ଦଗ୍ଧ ।

ଅଗ୍ନିକାଣ୍ଡର ଭୟାବହତା ଏପରି ଥିଲେ ଯେ ନିଆଁକୁ ଆୟତ୍ତ କରିବାକୁ ତିହିଡି ଦମକଳ ବାହିନୀକୁ ଦୀର୍ଘ ସମୟ ଲାଗିଥିଲା ।  ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।  ତିହିଡିରୁ ଦମକଳ ପହଞ୍ଚିବା ବେଳକୁ ସବୁକିଛି ଜଳି ଯାଇଥିଲା ।  ଖବର ପାଇ  ସ୍ଥାନୀୟ ରାଜସ୍ବ ନିରୀକ୍ଷକ ପହଞ୍ଚି କ୍ଷୟକ୍ଷତିର ଆକଳନ କରିବା ସହ ତିହିଡି ତହସିଲଦାରଙ୍କୁ ଅବଗତ କରାଇଛନ୍ତି ।

   Related Posts