କଟକ ‘ସନ୍’ ହସ୍ପିଟାଲରେ ଅଗ୍ନିକାଣ୍ଡ

Published By : Prameya-News7 Bureau | February 01, 2021 IST

କଟକ ୧।୨: କଟକ 'ସନ୍' ହସ୍ପିଟାଲରେ ଅଗ୍ନିକାଣ୍ଡ । ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ ବାହିନୀ କର୍ମଚାରୀ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

{"id":402072,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, କଟକ ତୁଳସୀପୁରରେ ଥିବା ‘ସନ୍’ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛିନ୍ତି । ନିଆଁ ଲିଭା କାର୍ଯ୍ୟରେ ୬ଟି ଦମକଳ ବାହିନୀ ଲାଗିଛନ୍ତି । ହାଇଡ୍ରୋଲିକ୍ ସିଡି ସହାୟତାରେ ରୋଗୀ ହସ୍ପିଟାଲ ମଧ୍ୟରୁ ଉଦ୍ଧାର କରାଯାଉଛି ।

{"id":402073,"sizeSlug":"large","linkDestination":"none"}

ହସ୍ପିଟାଲରେ ନିଆଁ ଲାଗିବା ଯୋଗୁଁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ଗୁରୁତର ଥିବା ରୋଗୀଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ହସ୍ପିଟାଲରେ ନିଆଁ ଲାଗିବା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ ଲାଗି ରହିଛି । ଭିଡକୁ ନିୟନ୍ତ୍ରଣ କରିବାରେ ପୋଲିସ କର୍ମଚାରୀ ଲାଗିଛନ୍ତି । ଘଟଣାସ୍ଥଳରେ କଟକ ଜିଲ୍ଲାପାଳ, ପୋଲିସ କମିଶନର ଓ ସିଏମସି କମିଶନର ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଅଗ୍ନିକାଣ୍ଡ ଫଳରେ କେହି ମୃତାହତ ହୋଇନଥିବା ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.