ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୩ ବଖରା, ଗୋଟିଏ ବାଛୁରୀ ଜୀବନ୍ତ ଦଗ୍ଧ, ୫ ଗୋରୁ ଗୁରୁତର

Published By : Prameya-News7 Bureau | January 22, 2021 IST

କାମାକ୍ଷାନଗର ୨୨।୧: ଅଗ୍ନିକାଣ୍ଡରେ ଜଳିଗଲା ତିନି ବଖରା ଘର । ଗୋଟିଏ ବାଛୁରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୫ଟି ଗୋରୁ ନିଆଁରେ ପୋଡି ଗୁରୁତର ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା କନ୍ତିଓକାଟେଣୀ ଗ୍ରାମରେ ଘଟିଛି ଏଭଳି ଅଘଟଣ ।

{"id":396474,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ଗାଁର ଗତିକୃଷ୍ଣ ସାହୁ ନିଜ ଘରେ ଶୋଇଥିବା ବେଳେ ହଠାତ୍ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡ ଫଳରେ ତିନି ବଖରା ଘର ସହ ସମସ୍ତ ଆସବାବପତ୍ର ଜଳିପୋଡି ପାଉଁଶ ହୋଇଯାଇଛି । ଗୋଟିଏ ବାଛୁରୀ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୫ଟି ଗୋରୁ ଗୁରୁତର ହୋଇଛନ୍ତି । ବିଦ୍ୟୁତ୍ ସଟ୍ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଖବର ପାଇ କାମାକ୍ଷାନଗର ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.