ଅଗ୍ନିକାଣ୍ଡରେ ଜଳିଗଲା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Published By : Prameya-News7 Bureau | November 29, 2019 IST

ସୋର ୨୯।୧୧: ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ୍ ପୁରୁଷୋତ୍ତମପୁର ଗ୍ରାମରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ଶତ୍ରୁଘ୍ନ ସାହୁଙ୍କ ଘର ପୋଡି ଯାଇଥିବା ବେଳେ ଗୋଟେ ଗାଈ ଓ ଦୁଇଟି ଛେଳି ଓ ୮ଟି କୁକୁଡ଼ା ପୋଡି ଯାଇଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ହଠାତ୍ ନିଆଁ ଲାଗିଯିବାରୁ ଘରେ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି । ଘଟଣାସ୍ଥଳରେ ଖଇରା ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.