ରାଜ୍ୟ ମାନବାଧିକାର ଆୟୋଗରେ ଅଗ୍ନିକାଣ୍ଡ, ଏସି ସଟ୍ ସର୍କିଟ୍‌ରୁ ନିଆଁ ଲାଗିଥିବା ସୂଚନା

Published By : Prameya-News7 Bureau | August 05, 2021 IST

ଭୁବନେଶ୍ବର ୫।୮: ରାଜ୍ୟ ମାନବାଧିକାର ଆୟୋଗ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ । ପ୍ରାଥମିକ ତଦନ୍ତରୁ ଏସି ସଟ୍ ସର୍କିଟ୍ ହୋଇ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ବଡଧରଣର ଅଗ୍ନିକାଣ୍ଡରୁ ବର୍ତ୍ତିଯାଇଛି ତୋଷାଳି ଭବନ । କ୍ଷୟକ୍ଷତି ସଂପର୍କରେ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସତ୍ୟନଗର ସ୍ଥିତ ତୋଷାଳି ଭବନରେ ଥିବା ରାଜ୍ୟ ମାନବାଧିକାର ଆୟୋଗ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ହୋଇଛି । ଏସି ସଟ୍ ସର୍କିଟ୍ ହୋଇ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ତେବେ ବଡ ଧରଣର ଅଗ୍ନିକାଣ୍ଡରୁ ବର୍ତ୍ତିଯାଇଛି ତୋଷାଳି ଭବନ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.