Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ନର୍ସିଂହୋମ୍‌ରେ ଲାଗିଲା ନିଆଁ, ସମସ୍ତ ରୋଗୀଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର : ଚିକିତ୍ସିତ ହେଉଥିଲେ ୧୭ କରୋନା ସଂକ୍ରମିତ

5/05/2021 at 9:50 AM

ଦିଲ୍ଲୀ ୫।୫: ଦିଲ୍ଲୀର ବିକାଶପୁରୀରେ ଥିବା ୟୁକେ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟିଛି । ୭ଟି ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନର୍ସିଂହୋମର ପ୍ରଥମ ମହଲାରେ ଥିବା ଷ୍ଟୋର ରୁମରେ ନିଆଁ ଲାଗିଯାଇଥିବା ଜଣାପଡିଛି । ନର୍ସିଂହୋମରେ ଥିବା ରୋଗୀଙ୍କୁ ଦିଲ୍ଲୀ ପୋଲିସ ଏବଂ ଡାକ୍ତରଖାନା କର୍ମଚାରୀମାନେ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି । ନର୍ସିଂହୋମରେ କେତେକ କରୋନା ରୋଗୀଙ୍କର ମଧ୍ୟ ଚିକିତ୍ସା ଚାଲିଥିଲା ।

ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । କାହାର କୌଣସି କ୍ଷୟକ୍ଷତି ହେବାର ସୂଚନା ନାହିଁ । ଏଠାରେ ମୋଟ୍ ୨୬ ରୋଗୀ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ୧୭ ଜଣ କରୋନା ରୋଗୀ ଥିଲେ । ଡାକ୍ତରଖାନା କର୍ମଚାରୀଙ୍କ ସହାୟତାରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ମଙ୍ଗଳବାର ରାତି ପ୍ରାୟ ୧୧ ଟା ସମୟରେ ନର୍ସିଂହୋମରୁ ଅଗ୍ନିକାଣ୍ଡ ଘଟିଥଲା । ଏହା ପରେ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ଏହାପୂର୍ବରୁ ମଙ୍ଗଳବାର ଦିନ ଦିଲ୍ଲୀ ନିକଟ ନୋଏଡାଠାରେ ମଧ୍ୟ ଅଗ୍ନିକାଣ୍ଡ ହୋଇଥିଲା । ନୋଏଡାର ସେକ୍ଟର -୪୯ ଥାନା ଅଞ୍ଚଳରେ ଥିବା ବସ୍ତିରେ ନିଆଁ ଲାଗିଯାଇଥିଲା । ନିଆଁ ବହୁତ ଭୟଙ୍କର ଥିଲା । ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଘଟଣାସ୍ଥଳରେ ୧୨ଟି ଦମକଳ ଗାଡି ଉପସ୍ଥିତ ଥିଲା । ବହୁ ସମୟ ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା । ଏହି ଅଗ୍ନିକାଣ୍ଡରେ କାହାର କୌଣସି କ୍ଷୟକ୍ଷତି ହୋଇନଥିଲା ।

   Related Posts